‘ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି ଭଲ’

ଭୁବନେଶ୍ୱର : ଦେଶର ବିଜେପି ଶାସିତ ରାଜ୍ୟ ତୁଳନାରେ ଓଡ଼ିଶାର ଆଇନ୍‌ଶୃଙ୍ଖଳା ପରିସ୍ଥିତି ବେଶ୍ ଭଲ ରହିଛି । ଏପରିକି ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟସଭାକୁ ଯାଇଥିବା ମଧ୍ୟପ୍ରଦେଶ ତୁଳନାରେ ଓଡିଶାର ଆଇନ୍‌ଶୃଙ୍ଖଳା ସ୍ଥିତି ବେଶ୍ ଭଲ ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି । ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ପରେ ଶ୍ରୀମୟୀ ମିଶ୍ର ଏହା କହିଛନ୍ତି । ଅନ୍ୟପକ୍ଷରେ ସମ୍ବଲପୁରରେ ଅଶାନ୍ତି ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଟିପ୍ପଣୀକୁ ନେଇ ଶ୍ରୀମୟୀ ମିଶ୍ର କହିଛନ୍ତି ଯେ ଏହା ଅତ୍ୟନ୍ତ ସ୍ପର୍ଶକାତର ଘଟଣା ଓ ଏହାକୁ ନେଇ ରାଜନୀତି କରିବା ବଦଳରେ ସଂଯମତାର ସହ ମୁକାବିଲା କରାଯିବା ଆବଶ୍ୟକ । ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଢ ଭାବେ ପରିଚାଳନା ଏବଂ ପରିସ୍ଥିତିକୁ ଶାନ୍ତ କରିବାକୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଛି ଯାହା ସମସ୍ତେ ଦେଖୁଛନ୍ତି । କେନ୍ଦ୍ର ସରକାରଙ୍କର ଜଣେ ଦାୟିତ୍ୱସମ୍ପନ୍ନ ମନ୍ତ୍ରୀ ଭାବେ ଯଦି ଆପଣ ଏହାକୁ ନେଇ ରାଜନୀତି କରିବା ବଦଳରେ ଲୋକଙ୍କୁ ଶାନ୍ତ ରହିବାକୁ ନିବେଦନ କରିଥାନ୍ତେ ତେବେ ଭଲ ହୋଇଥାନ୍ତା ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି । ଓଡିଶାର ଲୋକେ ଶାନ୍ତିପ୍ରିୟ ଏବଂ ଓଡ଼ିଶା ମଧ୍ୟ ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଓଡ଼ିଶାର ଲୋକଙ୍କୁ ଆଇନହୀନ ବୋଲି କହି ସେମାନଙ୍କୁ ଅପମାନିତ ନକରିବାକୁ ଶ୍ରୀମତୀ ମିଶ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ କହିଛନ୍ତି ।

Related Articles

Leave a Reply

Your email address will not be published.

Back to top button