ସମ୍ବଲପୁରରେ ଆଉ ଦୁଇ ଦିନ ଇଣ୍ଟରନେଟ ବନ୍ଦ

ଭୁବନେଶ୍ବର : ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସମ୍ବଲପୁର ଜିଲ୍ଲାରେ ଲାଗି ରହିଥିବା ଉତ୍ତେଜନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ୧୩ ତାରିଖରେ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେଉଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧିକୁ ବୃଦ୍ଧି କରାଯାଇଛି। ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ଗତକାଲି ରାତିରେ କଡ଼ା ସୁରକ୍ଷା ବଳୟରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଏହି ସମୟରେ ବହୁ ସଂଖ୍ୟାରେ ପୁଲିସ୍‌ ମୁତୟନ ଥିବା ସତ୍ତ୍ୱେ ଦୋକାନ ପୋଡ଼ାଜଳା କରାଯିବା ସହ ହିଂସାତ୍ମକ ଘଟଣା ଘଟିଥିଲା। ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିବାରୁ ଗତକାଲି ରାତି ୧୨ଟାରୁ ସହରରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଥିଲା।

Related Articles

Leave a Reply

Your email address will not be published.

Back to top button