ଝାରସୁଗୁଡା ଉପନିର୍ବାଚନ: ବିଜେପି ଗଠନ କଲା ଦୁଇ ପ୍ରଚାର କମିଟି

ଭୁବନେଶ୍ୱର : ଆସନ୍ତା ମେ ୧୦ ତାରିଖ ଦିନ ଅନୁଷ୍ଠିତ ହେବାକୁ ଯାଉଛି ଝାରସୁଗୁଡା ଉପ-ନିର୍ବାଚନ । ବିଜେପି ପ୍ରାର୍ଥୀ ଭାବେ ଯୁବନେତା ତଥା ରାଜ୍ୟ ସଂପାଦକ  ଟଙ୍କଧର ତ୍ରିପାଠୀ ସୋମବାର ନାମାଙ୍କନ ପତ୍ର ଦାଖଲ କରିବେ । ତେଣୁ ନିର୍ବାଚନର ସୁପରିଚାଳନା ଓ ସୁପ୍ରଚାର ପାଇଁ ରାଜ୍ୟ ସଭାପତି ମନମୋହନ ସାମଲ ଦୁଇଟି କମିଟିର ନାମ ଘୋଷଣା କରିଛନ୍ତି । ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି କେ.ଭି.ସିଂହଦେଓ, ସାଂସଦ ସୁରେଶ ପୁଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରବି ନାରାୟଣ ନାୟକ ଏବଂ ଗୋଲକ ପ୍ରସାଦ ମହାପାତ୍ର ସଦସ୍ୟ ଅଛନ୍ତି । ସେହିପରି ସାଂସଦ ତଥା ପୂର୍ବତନ ରାଜ୍ୟ ସଭାପତି ସୁରେଶ ପୁଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପ୍ରଚାର କମିଟିରେ ସାସଂଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ସାଂସଦ ତଥା ରାଜ୍ୟ ଉପସଭାପତି ସଙ୍ଗୀତା ସିଂହଦେଓ, ନିତେଶ ଗଙ୍ଗଦେବ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ଶଂକର ଓରାମ, ନାଉରୀ ନାୟକ, ସୁବାଷ ପାଣିଗ୍ରାହୀ, ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ବିଧାୟକ ତଥା ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ନିତ୍ୟାନନ୍ଦ ଗଣ୍ଡ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ଡ.ମୁକେଶ ମହାଲିଙ୍ଗ ଏବଂ ବରିଷ୍ଠ ନେତା ରଂଜନ କୁମାର ପଟେଲ ସଦସ୍ୟ ଅଛନ୍ତି ।

Related Articles

Leave a Reply

Your email address will not be published.

Back to top button