ନାମାଙ୍କନ ଦାଖଲ କଲେ ଦୀପାଳି

ଭୁବନେଶ୍ବର : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ନିଜ ସମର୍ଥକମାନଙ୍କ ସହିତ ବିରାଟ ପଟୁଆରରେ ଆସି ଦୀପାଳି ନାମାଙ୍କନ ଭରିଛନ୍ତି। ଏହି ଅବସରରେ ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ତଥା ପର୍ଯ୍ୟବେକ୍ଷକ ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ମନ୍ତ୍ରୀ ଅରୁଣ ସାହୁ, ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ, ରୀତା ସାହୁ, ପ୍ରତାପ ଦେବ, ପ୍ରତାପ ଜେନା, ପଦ୍ମନାଭ ବେହେରା, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପୁଷ୍ପେନ୍ଦ୍ର ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପ୍ରମୁଖ ଯୋଗ ଦେଇଛନ୍ତି। ସ୍ୱର୍ଗତ ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ବିଜେଡି ଏହି ଆସନରେ ତାଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ ଘୋଷଣା କରିଛି ।

Related Articles

Leave a Reply

Your email address will not be published.

Back to top button