ଭୁବନେଶ୍ୱରରେ ଖୋଲିଲା ସ୍ୱତନ୍ତ୍ର ମହିଳା ଭେଣ୍ଡିଂ ଜୋନ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଡୁମୁଡୁମା ଅଞ୍ଚଳରେ ଏକ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦଘାଟିତ ହୋଇଛି । ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ନିର୍ମିତ ଏହି ଭେଣ୍ଡିଂ ଜୋନରେ ୪୨ଟି ଦୋକାନ ଘର ରହିଥିବାବେଳେ ଏହା କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ ବୋଲି ଜଣାପଡ଼ିଛି । ଏହି ଭେଣ୍ଡିଂ ଜୋନ ପରିବେଶକୁ ଅତ୍ୟାଧୁନିକ ରୂପ ଦିଆଯାଇଛି । ସୁନ୍ଦର ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ସହ ଶୌଚାଳୟର ସୁବିଧା ମଧ୍ୟ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଭେଣ୍ଡିଂ ଜୋନକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ମନ୍ତ୍ରୀ ଅଶୋକ ପଣ୍ଡା ଓ ମେୟର ସୁଲୋଚନା ଦାସଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Related Articles

Leave a Reply

Your email address will not be published.

Back to top button