ଦୁର୍ଘଟଣାରେ ୭ ଯାତ୍ରୀ ମୃତ

ନୂଆଦିଲ୍ଲୀ:  ଉତ୍ତରପ୍ରଦେଶର ଅଯୋଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛପଟୁ ପିଟିଲା ଟ୍ରକ୍ । ଦୁର୍ଘଟଣାରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଛି । ଏଥିସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଘରୋଇ ବସ୍ ଲକ୍ଷ୍ନୌରୁ ଆମ୍ବେଦକର ନାଗର ଅଭିମୁଖେ ଯାଉଥିଲା । ଏହି ଭୟଙ୍କର ସଡ଼କ ଦୁର୍ଘଟଣାରେ ବସ୍ ଟ୍ରକ୍ ତଳେ ଚାପି ହୋଇଯାଇଥିଲା । ଟ୍ରକରେ ମାର୍ବଲ ଗୁଣ୍ଡ ଲୋଡାଯାଇଥିଲା। ବସ୍‌ରେ ପ୍ରାୟ ୭୦ ଜଣ ଯାତ୍ରୀ ଥିଲେ। ଅନେକ ଯାତ୍ରୀ ଏବେ ବି ବସ୍ ଭିତରେ ଫସି ରହିଛନ୍ତି । ଘଟଣାସ୍ଥଳରେ ଉପସ୍ଥିତ ପୋଲିସ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ଅଛନ୍ତି ।

Related Articles

Leave a Reply

Your email address will not be published.

Back to top button