ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ ନୂତନ ସଂକ୍ରମଣ ରେକର୍ଡ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲେ ବି ୯,୦୦୦ ଉପରେ ରହିଛି, କିନ୍ତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୦୦୦ ତଳକୁ ଖସି ଆସିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ କରୋନା ଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୩୫୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୪୨୪କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୩୫,୯୭୭।

Related Articles

Leave a Reply

Your email address will not be published.

Back to top button