୪ ହଜାର ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନା ଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୬୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୦,୬୭୮ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୦୬କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୯୨,୮୨୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୩% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୪୪କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୮%। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୭୩,୪୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୮୨,୨୯୪ଟି ନମୁନା।

Related Articles

Leave a Reply

Your email address will not be published.

Back to top button