ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ଯାହା ପୂର୍ବାନୁମାନ କରାଯାଉଥିଲା ତାହା ବର୍ତ୍ତମାନ ସତ ହେଉଛି। ଆଜି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ କହିଥିଲା। ସେହି ଅନୁସାରେ ବର୍ତ୍ତମାନ ଘୂର୍ଣ୍ଣିବଳୟ ଲଘୁଚାପକୁ ପରିବର୍ତ୍ତନ ହୋଇଛି। ଏ ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯିବା ସହିତ ତାହାର ସ୍ଥିତିର ଫଟୋ ଜାରୀ କରାଯାଇଛି। ତେବେ ଆଜି ଲଘୁଚାପ ସୃଷ୍ଟି ହେବା ପରେ ଏହା ଧିରେଧିରେ ଶକ୍ତିଶାଳୀ ହେବ ବୋଲି ପାଣିପାଗ ବିଭାଗ ପୂର୍ବରୁ କହିଥିଲା। ସେହି ଅନୁସାରେ ଏହି ଶକ୍ତିଶାଳି ହେବ ବୋଲି ଜଣାପଡିଛି ଏବଂ ପରବର୍ତ୍ତି ସମୟରେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ପୂର୍ବରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିଲା ଘୂର୍ଣ୍ଣବଳୟ। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ସେହି ଘୂର୍ଣିବଳୟ ଆଜି ସକାଳେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ରହିଥିଲା ଯାହା ଲଘୁଚାପ ଭାବେ ସୃଷ୍ଟି ହୋଇଛି।

Related Articles

Leave a Reply

Your email address will not be published.

Back to top button