ଝାରସୁଗୁଡ଼ା ଉପନିର୍ବାଚନ:ଶନିବାର ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି

ଭୁବନେଶ୍ୱର: ଆସନ୍ତାକାଲି ବାହାରିବ ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି। ଏହାପୂର୍ବରୁ ଗଣନା କରିବାକୁ ଥିବା କର୍ମଚାରୀଙ୍କୁ ଆଜି ଟ୍ରେନିଂ ଦିଆଯିବ। ଏବେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାବଳୟ ଭିତରେ ଇଭିଏମକୁ ରଖାଯାଇଛି। ଆସନ୍ତାକାଲି ସକାଳ ୮ଟାରେ ପୋଷ୍ଟାଲ ବାଲାଟ୍ ଗଣତି କାର୍ୟ୍ୟ ହେବ।  ପରେ ସାଢ଼େ ୮ଟାରୁ ଇଭିଏମ୍ ମେସିନ୍ ଭୋଟ୍ ଗଣତି କାର୍ୟ୍ୟ ଆରମ୍ଭ ହେବ।   ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହୋଇଥିଲା। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିଥିଲା । ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଥିଲା।। ପୁରୁଷ ଭୋଟରଙ୍କ ତୁଳନାରେ ମହିଳାମାନେ ଅଧିକ ସଂଖ୍ୟାରେ ଭୋଟ୍ ଦେଇଥିଲେ। ନିର୍ବାଚନ ମଇଦାନରେ ମୋଟ ୯ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ବିଜେପିର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଲଢ଼େଇ ହେବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button