ଇସ୍ତଫା ଦେଲେ ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ

ଭୁବନେଶ୍ଵର: ଆଜି ଓଡିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଉପ-ବାଚସ୍ପତିଙ୍କୁ ସେ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଏନେଇ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ବାଚସ୍ପତି ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି। ଆଗକୁ ଦଳ ଯେଉଁ ଦାୟିତ୍ଵ ଦେବ, ତାହାକୁ ସେ ନିଷ୍ଠାର ସହ ପାଳନ କରିବେ ବୋଲି କହିଛନ୍ତି। ତେବେ ଏହାକୁ ନେଇ ଅନେକ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି। ଆଗାମୀ ଦିନରେ ରାଜ୍ୟରେ ନୂଆ ମନ୍ତ୍ରୀମଣ୍ଡଳ ଗଠନ ହେବ ବୋଲି ଅନୁମାନ କରାଯାଉଛି। ତେଣୁ ବିକ୍ରମ କେଶରୀଙ୍କୁ ନୂତନ ମନ୍ତ୍ରୀମଣ୍ଡଳରେ ସ୍ଥାନ ମିଳିବ ବୋଲି ଚର୍ଚ୍ଚା ହେଉଛି।

Related Articles

Leave a Reply

Your email address will not be published.

Back to top button