୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ଶସ୍ୟବୀମା

ଭୁବନେଶ୍ବର: ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ୨୦୨୩ ଖରିଫ୍‌ରୁ ୨୦୨୫-୨୬ ରବି ପର୍ଯ୍ୟନ୍ତ ଚାଷୀଙ୍କ ପ୍ରିମିୟମ ବାବଦ ଖର୍ଚ୍ଚ ବହନ କରିବେ। ରାଜ୍ୟରେ ତ୍ରିସ୍ତରୀୟ ସ୍ବଳ୍ପମିଆଦୀ ସମବାୟ ଋଣ ବ୍ୟବସ୍ଥା ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ ଓ ୨୭୧୦ ଗୋଟି ପ୍ରାଥମିକ କୃଷି ଋଣ ସମବାୟ ସମିତି(ପାକ୍‌ସ)ମାନେ ଚାଷୀଙ୍କୁ ସେମାନଙ୍କ ଆବଶ୍ୟକତା ମୁତାବକ ଋଣ ଯୋଗାଇ ଦେଉଛନ୍ତି। ନିର୍ବାଚନୀ ପ୍ରତିଶ୍ରୁତି ଅନୁଯାୟୀ ବିନା ସୁଧରେ ଉପଲବ୍ଧ ଋଣର ପରିମାଣ ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାର ବୃଦ୍ଧି କରିଛନ୍ତି, ଯାହାଦ୍ୱାରା ୨୦୨୨-୨୩ ବର୍ଷରେ ରାଜ୍ୟରେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଅତିରିକ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଗୁଡ଼ିକୁ ମୋଟ ୧୬୬୮୩.୫୭ କୋଟି ଟଙ୍କାର କୃଷି ଋଣ ପ୍ରଦାନ କରାଯାଇଛି। ୨୦୦୦-୦୧ ବର୍ଷରେ ୬.୪୦ ଲକ୍ଷ ଚାଷୀଙ୍କୁ ଦିଆଯାଇଥିବା ୪୩୮.୩୬ କୋଟି ଟଙ୍କା ଋଣ ତୁଳନାରେ ଏହି ଅଭିବୃଦ୍ଧି ବିଭାଗର ସଫଳତାକୁ ସୂଚିତ କରୁଛି।

Related Articles

Leave a Reply

Your email address will not be published.

Back to top button