ବଢିଲା ସରକାରୀ କର୍ମଚାରୀଙ୍କ ଅନୁକମ୍ପାମୂଳକ ରାଶି

ଭୁବନେଶ୍ବର:  ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Related Articles

Leave a Reply

Your email address will not be published.

Back to top button