ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ

ଭୁବନେଶ୍ୱର : ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ ପ୍ରଦାନ କରାଯିବ । ଚଳିତ ଶିକ୍ଷା ବର୍ଷ (୨୦୨୩-୨୪)ରୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନା ଆରମ୍ଭ ହେବ । ଏହି ଯୋଜନା ମାଧ୍ୟମରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ ଦିଆଯିବ । ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ଯୋଜନାରେ ସାମିଲ ହେବେ । ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ୟ୍ୟାବଳୀ ସମ୍ପର୍କିତ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୂଚନା ଦେଇଛନ୍ତି ।
ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ ପ୍ରଦାନ କରାଯାଉଥିଲା । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଏଥିରୁ ବଞ୍ଚିତ ହେଉଥିଲେ । ରାଜ୍ୟର ସମସ୍ତ ପିଲାଙ୍କୁ ମାଗଣା ଏବଂ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି । ୨୦୨୩-୨୪ ଆବଣ୍ଟନ ବଜେଟ୍‌ରେ ଉଭୟ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ୍‌ର ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଓ ଆନୁଷଙ୍ଗିକ  ବ୍ୟବସ୍ଥା ରାଶି ବୃଦ୍ଧି ହୋଇଛି । ଆଗରୁ ୟୁନିଫର୍ମ ଏବଂ ଆନୁଷଙ୍ଗିକ ରାଶି ପାଇଁ ୬୦୦ଟଙ୍କା ପ୍ରଦାନ କରାଯାଉଥିବାବେଳେ ଚଳିତ ବର୍ଷରୁ ୧୦୦୦ଟଙ୍କା ପ୍ରଦାନ କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ମାର୍ଣ୍ଡି ସୂଚନା ଦେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button