କର୍ମଜୀବୀ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର: ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ସାମ୍ବାଦିକମାନଙ୍କୁ ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ଆଉ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ । ଭିସି ଜରିଆରେ ପୋର୍ଟାଲର ଲୋକାର୍ପଣ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି। ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକମାନେ ଅନଲାଇନରେ ବୀମା ଓ ଅନ୍ୟ ସୁବିଧା ପାଇପାରିବେ। ଆଜିର ଏହି ଲୋକାର୍ପଣ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ ସଚିବ ସଞ୍ଜୟ କୁମାର ସିଂହ ଓ ଉତ୍କଳ ପ୍ରସଙ୍ଗ ତଥା ଓଡ଼ିଶା ରିଭ୍ୟୁର ସଂପାଦିକା କସ୍ତୁରୀ ମହାପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କେତେକ ସାମ୍ବାଦିକ ମଧ୍ୟ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button