ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ହେବେ ୯୦୨ ଜଣ ଶିକ୍ଷକ ଓ ଅଣଶିକ୍ଷକ

ଭୁବନେଶ୍ବର: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ତିଆରି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି। ଖୁବ୍‌ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍‌, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍‌, ୧୦୬ ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି।ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଧ୍ୟାନ ଦେଇଆସୁଛନ୍ତି। ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଉଛନ୍ତି। ଏହି କ୍ରମରେ ୯୦୨ ପଦବୀକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତି। ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି। ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି।ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍‌ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button