ମଣିଷ ପରି କୁକୁରର ମଧ୍ୟ ହୋଇଥାଏ ହୃଦଘାତ

ଭୁବନେଶ୍ୱର: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି। ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି, ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ ଜାଣିପାରି ନଥାନ୍ତି। ଏହି ହୃଦ୍‌ସମସ୍ୟା ଜନ୍ମଗତ ହୋଇପାରେ କିମ୍ବା ପରବର୍ତ୍ତୀ ସମୟରେ ଦେଖାଦେଇଥାଏ। କୁକୁରର ଆୟୁଷ ୧୨ରୁ ୧୫ ବର୍ଷ ହୋଇଥିବା ବେଳେ ସେମାନଙ୍କ କ୍ଷେତ୍ରରେ ମଧ୍ୟ ହୃଦ୍‌ରୋଗ ଏକ ସାଧାରଣ ସମସ୍ୟା ବୋଲି ଜଣାପଡ଼ିଛି। ୫ ରୁ ୬ ବର୍ଷ ବୟସର ହୋଇଥିବା ବେଳେ କୁକୁରମାନଙ୍କର ଏହି ହୃଦ୍‌ରୋଗ ସମସ୍ୟା ଶରୀରରେ ଦେଖାଦେଇଥାଏ। ଘରେ ରଖୁଥିବା ପୋଷା କୁକୁରଟି ଯଦି ହାଲିଆ ହେବା ପରି ଜଣାପଡ଼େ, ଠିକ୍ ଭାବେ ଚାଲି ନ ପାରେ, ଖାଇବାକୁ ଇଚ୍ଛା କରେ ନାହିଁ କିମ୍ବା ଡାକିଲେ ନ ଶୁଣେ ତେବେ ମାଲିକମାନେ ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ଉଚିତ୍।  କୁକୁରଟିର ହୃଦ୍ ସମସ୍ୟା ଅଛି ବୋଲି ଜାଣିବା କଷ୍ଟକର ହୋଇଥିବାରୁ ତା’ର ନିୟମିତ ହୃଦ୍ ସମ୍ପର୍କିତ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ଉଚିତ୍। ନୂତନ ଆଧୁନିକ ପରୀକ୍ଷଣ ପ୍ରକ୍ରିୟା ଦ୍ୱାରା ଏହି ସମସ୍ୟାକୁ ଚିହ୍ନଟ କରିହେବ ବୋଲି ପ୍ରଫେସର ପଟ୍ଟନାୟକ କହିଛନ୍ତି। ବାର୍ତ୍ତମାନ କୁକୁରମାନଙ୍କର ଶରୀରରେ ପେସମେକର ମଧ୍ୟ ଲଗା ଯାଇପାରୁଛି। ଏ ସମ୍ପର୍କରେ ସଚେତନତାର ଆବଶ୍ୟକତା ରହିଛି। ଗୃହକର୍ତାମାନେ ମଧ୍ୟ ଗୃହପାଳିତ ପଶୁମାନଙ୍କର ସ୍ୱାସ୍ଥ୍ୟ ସମ୍ପର୍କିତ ଲକ୍ଷଣ ବୁଝିବା ଉଚିତ୍।

Related Articles

Leave a Reply

Your email address will not be published.

Back to top button