ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୫ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର: ଶେଷରେ ପାଣିପାଗ ବିଭାଗ ଯାହା ଆକଳନ କରିଥିଲା ତାହା ସତ ହେଲା। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ତେବେ ଏହାର ସ୍ଥିତି ନେଇ ପାଣିପାଗ ବିଭାଗ ତରଫରୁ କିଛି ଅବଗତ କରାଯାଇ ନାହିଁ। ପୂର୍ବରୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଥିଲା। ଏହି ଘୁର୍ଣ୍ଣିବଳୟ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବ ରହିଥିଲା। ଯାହା ପରବର୍ତ୍ତି ସମୟରେ ଲଘୁଚାପ ଭାବେ ପରିବର୍ତ୍ତିତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାମଲକାନିଗିରି, ଗଂଜାମ, ଗଜପତି ସମେତ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବାନା ରହିଛି। ତା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୋନପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button