ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ବର: ଆସନ୍ତାକାଲି ମଙ୍ଗଳବାରରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ତିନିଦିନିଆ ଓଡ଼ିଶା ଗସ୍ତ ସମୟରେ ସ୍ଥିରୀକୃତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଜୁଲାଇ ୨୫ ତାରିଖ ଦିନ ରାଜଭବନ ଠାରେ ରାଷ୍ଟ୍ରପତି ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ(ପିଭିଟିଜି) ପ୍ରତିନିଧିଙ୍କ ସହ ସାକ୍ଷାତ ଆଲୋଚନା କରିବେ। ସେ କଟକସ୍ଥିତ ଏସସିବି ମେଡିକ।ଲ କଲେଜର ଷ୍ଟୁଡେଣ୍ଟସ୍ ୟୁନିଅନ୍ ବାର୍ଷିକ ଉତ୍ସବରେ ଯୋଗଦେବେ। ଏ ନେଇ ର।ଷ୍ଟ୍ରପତି ଭବନ ଏବଂ କେନ୍ଦ୍ର ଗୃହ ମନ୍ତ୍ରଣାଳୟରୁ କଲେଜ କର୍ତ୍ତୃପକ୍ଷଙ୍କ ଚିଠି କରାଯାଇଛି। ସେହିପରି କଟକରେ ରାଷ୍ଟ୍ରପତି ଓଡ଼ିଶା ହ।ଇକୋର୍ଟର ୭୫ ତମ ବାର୍ଷିକ ଉତ୍ସବରେ ମଧ୍ୟ ଯୋଗ ଦେବେ। ସେ ସେହି ଦିନ କଟକସ୍ଥିତ ଜ।ତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାରୋହରେ ମଧ୍ୟ ଯୋଗଦେବେ। ଜୁଲାଇ ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦାନ କରି ସେ ଦିଲ୍ଲୀ ଫେରିଯିବେ। ମହାମହିମଙ୍କ ଗସ୍ତ ପୂର୍ବରୁ ଆଜି କଟକ, ଭୁବନେଶ୍ୱରରେ କାରକେଡ୍ ରିହର୍ସାଲ କରାଯାଇଛି। ବ୍ଲ୍ୟୁ- ବୁକ୍ ଗାଇଡଲାଇନ୍ ଅନୁସାରେ ରାଷ୍ଟ୍ରପତିଙ୍କ କାରକେଡ ତାଙ୍କ ଗନ୍ତବ୍ୟସ୍ଥଳକୁ ଯିବ। ପ୍ରୋଟୋକଲ ଅନୁସାରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବିଶିଷ୍ଠ ବ୍ୟକ୍ତି ବିମାନବନ୍ଦରେ ମହାମହିମଙ୍କୁ ସ୍ୱାଗତ କରିବେ। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୫୫ ପ୍ଲାଟୁନ୍ ପୁଲସି ଫୋର୍ସ ସହ ୩୦୦ ଅଫିସର ନିୟୋଜିତ ହେବେ।

Related Articles

Leave a Reply

Your email address will not be published.

Back to top button