ପୁଣି ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୩୦ରୁ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଜି ମଧ୍ୟାହ୍ନରେ ଏହି ଲଘୁଚାପ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଂଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହି ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଛି। ରାଜ୍ୟରେ ୩୦ ତାରିଖରୁ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ତଥା କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button