ଦେବାଶିଷ ସାହୁ ଏକଲବ୍ୟ ପୁରସ୍କାର ବିଜେତା

ଭୁବନେଶ୍ୱର: ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ଟେନିସ୍ ଖେଳାଳୀ ଦେବାଶିଷ ସାହୁ ୨୦୨୩ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କୁ ୩୧ତମ ଏକଲବ୍ୟ ପୁରସ୍କାର ବିଜେତା ଘୋଷଣା କରାଇଛି । ଦେବାଶିଷ, ୦୧-୦୪-୨୦୨୧ ରୁ ୩୧-୦୩-୨୦୨୩ ମଧ୍ୟରେ ବହୁ ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ୪ ଟି ଆର୍ନ୍ତଜାତୀୟ ଓ ୧୧ ଟି ଜାତୀୟ ଟାଇଟେଲ ଜିତି ନିଦ୍ୱର୍ନ୍ଦରେ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ୟ୍ୟକ୍ରମରେ ସେ ୫ ଲକ୍ଷ ଟଙ୍କା ଓ ମାନପତ୍ରରେ ପୁରସ୍କୃତ ହେବେ । ତାଙ୍କ ସହ ଦୁଇ ଉପବିଜେତା ଆଥଲେଟ୍ ବାପି ହାସଁଦା ଓ ଭାରୋତ୍ତୋଳକ ଜ୍ୟୋସ୍ନା ସବର ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ଓ ମାନପତ୍ର ଦ୍ୱାରା ସମ୍ମାନିତ କରାଯିବ । ଭାରତର ପ୍ରମୁଖ ଫେରୋ ଆଲଏଜ୍ ଊତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା  ପରିଚାଳିତ”ଇଣ୍ଡିଆନ୍ ମେଟାଲସ୍ ପବ୍ଳିକ୍ ରିଟେବଲ୍ ଟ୍ରଷ୍ଟ୍ (ଇମ୍ପାକ୍ଟ)’ ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା । ଜାତୀୟସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡିଶାର ସବୁଠାରୁ ମର୍ୟ୍ୟାଦାଜନକ କ୍ରୀଡା ସମ୍ମାନ ରୂପେ ପ୍ରଖ୍ୟାତ । କ୍ରୀଡା କ୍ଷେତ୍ରରେ ବିଗତ ଦୁଇ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡିଆ କ୍ରୀଡାବିତ୍ମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଏ ।

Related Articles

Leave a Reply

Your email address will not be published.

Back to top button