ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ । ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ତ୍ତମାନ ଦକ୍ଷିଣ ଛତିଶଗଡ଼ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପ ରେଖା ଆନ୍ଧ୍ର ପ୍ରଦେଶ ପର୍ୟ୍ୟନ୍ତ ଲମ୍ବିଥିବାରୁ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷାର ସମ୍ଭାବନା ରହିଛି । ସେପଟେ, ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୪ଡିଗ୍ରି ଅଧିକ ରହୁଛି। ଆଦ୍ରତା ୬୦% କିମ୍ବା ଅଧିକ ରହୁଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି ।

Related Articles

Leave a Reply

Your email address will not be published.

Back to top button