ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଲା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀକଲେ ଶେଷ ଦର୍ଶନ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଶେଷ ବିଦାୟ ନେଇଛନ୍ତି ଓଡିଶାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ତାଙ୍କର ନୟାପଲ୍ଲୀ ବାସଭବନରେ ଆଜି ସକାଳୁ ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳର ସମସ୍ତେ ଶେଷ ଦର୍ଶନ କରିଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କୁ ଶେଷ ଦର୍ଶନ କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ 5ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ତାଙ୍କୁ ଶେଷ ଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସ୍ବାନ୍ତନା ଦେବା ସହିତ ଦୁଃଖ ପ୍ରକାଶ କରିଥିଲେ। ସୂର୍ଯ୍ୟ ପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅତି ଘନିଷ୍ଠ ବ୍ୟକ୍ତି ଭାବେ ପରିଚିତ। ସେ ନବୀନ ସରକାରରେ ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରି ତାଙ୍କର ପ୍ରଶଂସା ଭାଜନ ହୋଇପାରିଥିଲେ। ସେଥିପାଇଁ ନବୀନ ଶେଷ ବେଳକୁ ତାଙ୍କୁ ବାଚସ୍ପତି ପରି ଗୁରୁତ୍ବପୂର୍ଣ୍ଣ ପଦବୀରେ ବସାଇଥିଲେ। ନିଜ ବାସଭବନରେ ଶେଷ ଦର୍ଶନ ପରେ ତାଙ୍କର ପାର୍ଥିବ ଶରୀରକୁ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନକୁ ଅଣାଯାଇଥିଲା। ସେଠାରେ ମଧ୍ୟ ବିଜେଡି ମନ୍ତ୍ରୀ ବିଧାୟକ ତଥା ନେତାମାନେ ଶେଷ ଦର୍ଶନ କରିଥିଲେ। ସେଠାରେ କିଛି ସମୟ ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା। ତାଙ୍କ ଶରୀରରେ ଦଳୀୟ ପତାକାକୁ ଢାଙ୍କି ଦିଆଯାଇଥିଲା। ଏହାପରେ ତାଙ୍କୁ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ବିଜେଡି ନେତା ତଥା ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ପ୍ରସନ୍ନ ପାଟ୍ଟଶାଣୀ, ଡ ଅଚ୍ୟୁତ ସାମନ୍ତ, ସିଦ୍ଧାନ୍ତ ମହାପାତ୍ର, ପ୍ରଣବ ବଳବନ୍ତରାୟ, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବିକ୍ରମକେଶରୀ ଅରୁଖ ପ୍ରମୁଖ ବହୁ ବିଜେଡି ନେତା ତାଙ୍କର ଶେଷ ଦର୍ଶନ କରିଥିଲେ।

ଗତକାଲି ସନ୍ଧ୍ୟା ୭ ଟା ୩୧ ମିନିଟରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ହୋଇଥିଲା। ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ବିଭିନ୍ନ ସମୟରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଗତକାଲି ସଂଧ୍ୟାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରୁ ବିଧାୟକ ଭାବେ କାର୍ଯ୍ୟ କରୁଥିଲେ। ସୂର୍ଯ୍ୟ ନାରାୟଣ ପାତ୍ର ଗଂଜାମ ଜିଲ୍ଲା ଦିଗପହଣ୍ଡି ଓ ଗଜପତି ଜିଲ୍ଲା ମୋହନା ବିଧାନସଭା ଆସନରୁ ୭ ଥର ବିଧାୟକ ହୋଇଥିଲେ। ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାୟକ ହୋଇଥିଲେ। ସେ ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଆଜି ତାଙ୍କର ବିୟୋଗ କେବଳ ଗଂଜାମ ଜିଲ୍ଲା ନୁହେଁ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ଆଜି ଅପରାହ୍ନରେ ତାଙ୍କର ଶେଷକୃତ୍ୟ ଦିଗପହଣ୍ଡିରେ କରାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button