ଜନ୍ମାଷ୍ଟମୀ; ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଖବର ଅନୁଯାୟୀ, ମଙ୍ଗଳବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଁ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ବୁଧବାର ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ତେବେ ଶ୍ରୀମନ୍ଦିରରେ ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ୟ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ।

Related Articles

Leave a Reply

Your email address will not be published.

Back to top button