ଓଡିଶାର କଲେଜ ଅଧ୍ୟକ୍ଷଙ୍କୁ ଦିଗ୍‌ଦର୍ଶନ ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ

ଭୁବନେଶ୍ବର: ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରରେ କଲେଜ ଅଧ୍ୟକ୍ଷମାନଙ୍କ କର୍ମଶାଳା ତଥା ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକର ୩ ଜଣ କୁଳପତି ଏବଂ ବିଭିନ୍ନ ସରକାରୀ ଓ ବେସରକାରୀ, ଅନୁଦାନପ୍ରାପ୍ତ ଓ ଅଣ-ଅନୁଦାନପ୍ରାପ୍ତ କଲେଜର ୩୭୦ ଜଣ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ଏହି କର୍ମଶାଳାରେ ଯୋଗଦେଇଛନ୍ତି। ୫‘ଟି’ର ସମସ୍ତ ‘ଟି’କୁ ଉପଯୋଗ କରି ଉଚ୍ଚଶିକ୍ଷା କ୍ଷେତ୍ରକୁ ଅଧିକ ବଳିଷ୍ଠ, ସୁଦୃଢ଼ ଓ କ୍ରିୟାଶୀଳ କରିବା, ତୃଣମୂଳ ସ୍ତରରୁ ପରିବର୍ତ୍ତନ ଆଣି ଆଗାମୀ ପିଢ଼ି ନିମନ୍ତେ ଏକ ଆଦର୍ଶ ଓଡ଼ିଶା ଗଠନ କରିବା ଦିଗରେ ସତ୍‌ପ୍ରୟାସ କରିବା ଏହି କର୍ମଶାଳା ଓ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମର ଲକ୍ଷ୍ୟ। ଖାଦ୍ୟ ସୁରକ୍ଷା ବା କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ଯେପରି ସମଗ୍ର ଦେଶରେ ଏକ ଅନନ୍ୟ ପରିଚୟ ସୃଷ୍ଟି କରିପାରିଛି, ସେହିଭଳି ସମ୍ମିଳିତ ଉଦ୍ୟମ ବଳରେ ଉଚ୍ଚଶିକ୍ଷା କ୍ଷେତ୍ରରେ ମଧ୍ୟ ଆମ ରାଜ୍ୟ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିପାରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ନାୟକ ମତ ପ୍ରକାଶ କରିଛନ୍ତି। “ଶିକ୍ଷା ହିଁ ସମ୍ପତ୍ତି’’କୁ ଆଧାର କରି ଆମେ ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଓଡ଼ିଶା ଗଠନ କରିପାରିବା ଓ ଏଥିନିମନ୍ତେ କଲେଜଗୁଡ଼କର ସମସ୍ତ ପୁରାତନ ଛାତ୍ରଛାତ୍ରୀ ଆଗେଇ ଆସିବା ଜରୁରୀ ବୋଲି ‘ମୋ କଲେଜ’ ସଭାପତି ଶ୍ରୀ ଆକାଶ ଦାସ ନାୟକ ପ୍ରକାଶ କରିଛନ୍ତି। ଅନ୍ୟାନ୍ୟ ଅତିଥିଙ୍କ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ବିଭାଗୀୟ ସ୍ୱତନ୍ତ୍ର ସଚିବ ପ୍ରମୋଦ କୁମାର ମିଶ୍ର, ବିଭାଗୀୟ ନିର୍ଦ୍ଦେଶକ ନରହରି ସେଠୀ, ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ଅଶୋକ ଦାଶ ଓ ଅନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଏହି କର୍ମଶାଳା ଓ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ।

Related Articles

Leave a Reply

Your email address will not be published.

Back to top button