ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଗାନ୍ଧୀ ଜୟନ୍ତୀର ସ୍ୱତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି: ‘ଗାନ୍ଧୀ ଜୟନ୍ତୀର ବିଶେଷ ଅବସରରେ ମୁଁ ମହାତ୍ମା ଗାନ୍ଧୀଙ୍କୁ ପ୍ରଣାମ କରୁଛି । ତାଙ୍କ କାଳଜୟୀ ଶିକ୍ଷା ଆମ ପଥକୁ ଆଲୋକିତ କରିଚାଲିଛି। ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବିଶ୍ୱବ୍ୟାପୀ, ସମଗ୍ର ମାନବିକତାକୁ ଏକତା ଏବଂ କରୁଣାର ଭାବନାକୁ ଆଗକୁ ବଢ଼ାଇବା ପାଇଁ ପ୍ରେରଣା ଯୋଗାଏ। ଆମେ ସର୍ବଦା ତାଙ୍କ ସ୍ୱପ୍ନ ପୂରଣ ପାଇଁ କାର୍ଯ୍ୟ କରିବା। ତାଙ୍କ ଚିନ୍ତାଧାରା ପ୍ରତ୍ୟେକ ଯୁବକଙ୍କୁ ସେହି ପରିବର୍ତ୍ତନର ବାହକ ହେବାରେ ସକ୍ଷମ କରୁ, ଯାହାକି ସବୁବେଳେ ଏକତା ଏବଂ ସଦଭାବକୁ ପ୍ରୋତ୍ସହିତ କରିଥାଏ।’

Related Articles

Leave a Reply

Your email address will not be published.

Back to top button