‘ମୋ ସରକାର’ ପ୍ରକୋଷ୍ଠରୁ ମିଳିଥିବା ଅଭିଯୋଗର କାର୍ଯ୍ୟନୁଷ୍ଠାନ ପାଇଁ ଗଣଶିକ୍ଷା ପକ୍ଷରୁ ନିର୍ଦ୍ଦେଶ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ଦ୍ୱାରା ପରିଚାଳିତ ‘ମୋ ସରକାର’ ପ୍ରକୋଷ୍ଠରେ କେତେକ କର୍ମଚାରୀମାନଙ୍କ ବିରୁଦ୍ଧରେ ଅଭିଯୋଗ ହସ୍ତଗତ ହୋଇଥିଲା। ଉକ୍ତ ଅଭିଯୋଗଗୁଡ଼ିକୁ ଅନୁଧ୍ୟାନ କଲା ପରେ ଜଣାପଡ଼ିଲା ଯେ ଏଗୁଡ଼ିକ ମୁଖ୍ୟତଃ ଶିକ୍ଷକମାନଙ୍କର ପେନ୍‌ସନ୍‌, ଅବସରକାଳୀନ ପ୍ରାପ୍ୟ ଓ ସରକାରୀ କାର୍ଯ୍ୟରେ ଅବହେଳା ସମ୍ବନ୍ଧୀୟ ଅଟେ। ଉକ୍ତ ଅଭିଯୋଗ ଆଧାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଭାଗୀୟ ଅଧିକାରୀଙ୍କୁ ସଂପୃକ୍ତ ଜିଲ୍ଲା କାର୍ଯ୍ୟାଳୟ (ଭଦ୍ରକ, କଳାହାଣ୍ଡି ଓ ଯାଜପୁର)ଗୁଡ଼ିକୁ ତଦନ୍ତ ନିମନ୍ତେ ପଠାଯାଇଥିଲା। ତଦନ୍ତରୁ ଜଣାପଡ଼ିଲା ଯେ ଅଭିଯୋଗଗୁଡ଼ିକର ସତ୍ୟତା ରହିଅଛି। ଉକ୍ତ ତଦନ୍ତ ରିପୋର୍ଟ ଆଧାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସଂପୃକ୍ତ ବିଭାଗୀୟ ନିର୍ଦ୍ଦେଶକମାନଙ୍କୁ ଏହି କର୍ମଚାରୀମାନଙ୍କ ବିରୁଦ୍ଧରେ ନିୟମାନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Related Articles

Leave a Reply

Your email address will not be published.

Back to top button