ନଭେମ୍ବର ୧ ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭୁବନେଶ୍ବର: ନଭେମ୍ବର ୧ ତାରିଖରେ କଳାହାଣ୍ଡି ଗସ୍ତ କରି ବିଭିନ୍ନ ବିକାଶମୂଳକ କାର୍ୟ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲକ୍ଷ୍ମୀ ବସ ଚଳାଚଳ, ନୂତନ ମେଡ଼ିକାଲ କଲେଜ, ବସଷ୍ଟାଣ୍ଡ ସହ ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର କରିବେ ଶୁଭାରମ୍ଭ ।  ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡିଗସ୍ତକୁ ନେଇ ପୂରା ପଶ୍ଚିମ ଓଡ଼ିଶାରେ ଦେଖାଦେଇଛି ଉତ୍ସାହର ମାହୋଲ । କଳାହାଣ୍ଡି ଭୋକର ଭୂଗୋଳରୁ ବିକାଶର ପ୍ରୟୋଗଶାଳା । ନଭେମ୍ବର ୧ରେ କଳାହାଣ୍ଡି ଜିଲ୍ଲାର ପ୍ରତିଷ୍ଠା ଦିବସ । ଆଉ ନିଜର ଜନ୍ମଦିନରେ ଆଉ ପାଦେ ଆଗେଇବ କଳାହାଣ୍ଡିର ରୂପାନ୍ତରଣ ପ୍ରକ୍ରିୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ । ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ବିକାଶର ପର୍ବ ଆରମ୍ଭ ହେବାକୁ ଯାଉଥିବାରୁ ବେଶ୍ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ । ପଶ୍ଚିମ ଓଡ଼ିଶାର ଲାଇଫଲାଇନ ସାଜିଥିବା ବିଜୁ ଏକ୍ସପ୍ରେସ ଓ୍ବେ ପରେ ଗମନାଗମନର ସୁବିଧା ପାଇଁ କଳାହାଣ୍ଡିରେ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ ହେବ । ଏହାସହ କଳାହାଣ୍ଡି ମେଡ଼ିକାଲ କଲେଜ, ନୂତନ ବସଷ୍ଟାଣ୍ଡ, ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ କରିବେ ନବୀନ । ଜିଲ୍ଲାର ବିକାଶକୁ ଆଗେଇନେଉଥିବା ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ପୂରା ପ୍ରସ୍ତୁତ ହୋଇଛି କଳାହାଣ୍ଡି ।

Related Articles

Leave a Reply

Your email address will not be published.

Back to top button