ଜଟଣୀରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗ୍ରାମାଭିମୁଖି ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜଟଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲାରେ ୨ ହଜାର ୭୬୩ ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ପାଇଁ ୯୫ କୋଟି ଟଙ୍କା ଘୋଷଣା କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହା ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଜଟଣୀ ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଜଟଣୀ ମହାବିଦ୍ୟାଳୟର ରୂପାନ୍ତର ଯଥାଶୀଘ୍ର କରାଯିବ। ଏଥିସହ ବିଭିନ୍ନ ବେସରକାରୀ ଗୃହନିର୍ମାଣ ପ୍ରକଳ୍ପ ଗୁଡ଼ିକୁ ରାସ୍ତା ସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି। ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡ଼ିକୁ ରାସ୍ତା ସଂଯୋଗୀକରଣ ଯୋଗୁ ଦେଢ଼ ଲକ୍ଷ ଲୋକ ଉପକାର ପାଇପାରିବେ। ସେହିପରି ଜଟଣୀ ଓ ଖୋର୍ଦ୍ଧାର ଟାଉନ୍ ଖାସମାହାଲ ଜମି ଗୁଡ଼ିକର ସମାଧାନ କରି ପଟ୍ଟା ଯୋଗାଇଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ସବୁ ପ୍ରକଳ୍ପ ଗୁଡ଼ିକ ଆସନ୍ତା ଡିସେମ୍ବର ମାସ ୩୧ ତାରିଖ ସୁଦ୍ଧା ଶେଷ ହେବ ବୋଲି ସୂଚନା ଦେଇଛନ୍ତି। ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବିଧାୟକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ବିଭୁତି ଭୂଷଣ ବଳବନ୍ତରାୟ, ବ୍ଳକ ଅଧ୍ୟକ୍ଷା ଜୟନ୍ତୀ ଛୋଟରାୟ, ବିଡିଓ ରଶ୍ମିତା ନାଥ, ପୌରଧ୍ୟକ୍ଷ ଅନନ୍ତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button