୭ ଦିନ ହୋମ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ

ବ୍ରହ୍ମପୁର: କରୋନାର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବେ ଆକ୍ସନ ମୁଡରେ।  ଆଜି ଗଞ୍ଜାମ ଜିଲ୍ଲାରୁ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଡ଼ା ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁରତ ଓ ମୁମ୍ବାଇରୁ ଫେରୁଥିବା ଲୋକମାନଙ୍କୁ ୭ ଦିନ ହୋମ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। କରୋନାର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବେ ଆକ୍ସନ ମୁଡରେ। ମାସ୍କ ବ୍ୟବହାରକୁ କଡ଼ାକଡ଼ି କରାଯାଇଛି। ହଟସ୍ପଟ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ବାହାର ଅଞ୍ଚଳରୁ ଆସିଲେ ଆରଟିପିସିଆର ଟେଷ୍ଟର ସାର୍ଟିଫିକେଟ ଆଣିବା ବାଧ୍ୟତାମୂଳକ। ରାଜ୍ୟ ବାହାରୁ ଯାନିଯାତ୍ରା ପାଇଁ ଆସିପାରିବେନି ଲୋକେ। କେବଳ ସ୍ୱାସ୍ଥ୍ୟଜନିତ ସମସ୍ୟା ଥିଲେ ନିଜ ନିଜ ଆରଟିପିସିଆର ସାର୍ଟିଫିକେଟ ଧରି ଆସିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନୁରୋଧ କରିଛନ୍ତି। ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନେ ୭ ଦିନ ହୋମ କ୍ୱାରେଣ୍ଟାଇନରେ ରହିବେ ବୋଲି  ଜିଲ୍ଲାପାଳ କହିଛନ୍ତି। ଲୋକେ ସତର୍କତା ଅବଲମ୍ବନ ନ କଲେ କିମ୍ବା କୋଭିଡ୍ କଟକଣା ନ ମାନିଲେ ଅନ୍ୟ ରାଜ୍ୟ ଭଳି ପୁଣି ଥରେ ଲକଡାଉନ ଏବଂ ସଟଡାଉନ ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ।

Related Articles

Leave a Reply

Your email address will not be published.

Back to top button