ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ହାଇଦ୍ରାବାଦ: ତେଲଙ୍ଗାନା ହାଇଦ୍ରାବାଦର ନାମ୍ପାଲି ଅଞ୍ଚଳରେ ଥିବା ଏକ ବହୁ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ୱାସରୁଦ୍ଧ ହୋଇ ଏଭଳି ଘଟିଥିବା ସନ୍ଦେହ କରାଯାଉଛି ବୋଲି ଜଣେ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷେ ଅଗ୍ନିକାଣ୍ଡରେ ମୃତକଙ୍କ ପରିବାର ଲୋକଙ୍କୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଆପାର୍ଟମେଣ୍ଟରେ ଥିବା ଗୋଦାମରେ ପ୍ରଥମେ ନିଆଁ ଲାଗିଯାଇଥିଲା। ହେଲେ ଗୋଦାମରେ ରହିଥିବା ରାସାୟନିକ ପଦାର୍ଥ ଯୋଗୁ ନିଆଁ ବ୍ୟାପି ଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ହେଲେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ। ଆପାର୍ଟମେଣ୍ଟରେ ଫସି ରହିଥିବା ୨୧ ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡିଛି। ଏପରିକି ଆହତମାନଙ୍କୁ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶ୍ୱାସରୁଦ୍ଧ ହୋଇ ୯ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି ବୋଲି ଜଣେ ଅଧିକାରୀ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button