୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ : ସ୍ୱତନ୍ତ୍ର ଜିଲା ଦାବି

ଭୁବନେଶ୍ବର : ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ନେଇ ମଙ୍ଗଳବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଗାଡି ମଟର ଚଳାଚଳ ସ୍ୱଭାବିକ ରହିଛି। ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବନ୍ଦରେ ସହରର ୨୦ ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଜିଲ୍ଲା ନାହିଁ ତ ଭୋଟ ନାହିଁ ବୋଲି ଆନ୍ଦୋଳନକାରୀ ମାନେ ନାରା ଦେଇଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଶାନ୍ତି ଶୃଙ୍ଖଳା ପାଇଁ ପୁଲିସ ମୁତୟନ ହୋଇଛନ୍ତି।

Related Articles

Leave a Reply

Your email address will not be published.

Back to top button