ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା–ନବୀନ କାର୍ଡର ଶୁଭାରମ୍ଭ

ଭୁବନେଶ୍ବର: ଶୁକ୍ରବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା–ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ। ଏହି ଅବସରରେ ସେ କହିଛନ୍ତି ”ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି। ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ୟ୍ୟକ୍ରମ ପଛରେ ରହିଛି ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ୟ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ୟ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି। ମୋର ବିଶ୍ବାସ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା–ନବୀନ କାର୍ଡ ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ ପାଣ୍ଠିରୁ ବହନ କରିବେ।

Related Articles

Leave a Reply

Your email address will not be published. Required fields are marked *

Back to top button