କ୍ୟାବିନେଟ ନିଷ୍ପତି: ଓଡିଶା ସିଭିଲ ସେବା ପରୀକ୍ଷା ବୟସ ବଢିଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ଚଳିତ ବର୍ଷର ଶେଷ କ୍ୟାବିନେଟ୍‌ ବୈଠକରେ ୧୦ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ପରୀକ୍ଷା ଦେଇପାରିବେ।ସେହିପରି ଅନ୍ୟ ଯେଉଁ ସବୁ ନିଷ୍ପତି ଗ୍ରହଣ କରାଯାଇଛି ତାହା ହେଲା ପବ୍ଲିକ ହେଲଥ ଫାଉଣ୍ଡେସନ ଅଫ୍ ଇଣ୍ଡିଆକୁ ଜମି ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର।ଭୁବନେଶ୍ବର ନିକଟରେ ୫ ଏକର ଜମି ବିନା ପ୍ରିୟମିୟମରେ ଦିଆଯିବ। ରାଜ୍ୟର ଗମନା ଗମନକୁ ଆହୁରି ସୁଗମ କରିବାକୁ ରାଜ୍ୟ ସରକାର ପୁଣି ୨୦୦ଟି ଇଲେକ୍ଟିକ୍ ବସ ଚଳାଇବା ନେଇ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ବସ୍ ଗୁଡିକ ଭୁବନେଶ୍ୱର ସମେତ ଅନ୍ୟ କିଛି ଜିଲ୍ଲାରେ ଗଡିବ। ରାଜ୍ୟ ସରକାର ନଗର ଉନ୍ନୟନ ବିଭାଗରେ ୩୬୫ଟି ଜୁନିଅର ଇଞ୍ଜିନିୟର ପଦବି ସୃଷ୍ଟି କରିଛନ୍ତି। ଏଥି ସହିତ ସହରାଞ୍ଚଳରେ ଏଲଇଡି ଲାଇଟ୍ ପାଇଁ ୧୧୨ କୋଟି ୧୮ ଲକ୍ଷ ଟଙ୍କା ଅନୁମୋଦନ ଦେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button