୨୯ରେ ଓଡ଼ିଶା ଆସିବେ ଖଡଗେ

ଭୁବନେଶ୍ୱର:  ଆସନ୍ତା ଜାନୁଆରୀ ୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ । କଂଗ୍ରେସ ସଭାପତି ହେବା ପରେ ଏହା ଖଡଗେଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସଙ୍ଗଠନକୁ ମଜବୁତ କରିବାକୁ ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେବେ ଖଡଗେ । ଏନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ୨୯ ତାରିଖରେ ଏକ ଜନସଭାକୁ ସମ୍ବୋଧିତ କରିବେ ଖଡଗେ । କାର୍ୟ୍ୟକ୍ରମରେ ଓଡିଶାର ବୁଥ୍ କମିଟି, ଜିଲ୍ଲା ସଭାପତି, ବ୍ଲକ୍ ସଭାପତିଙ୍କ ସହ ୫୦ ହଜାର ଲୋକ ଉପସ୍ଥିତ ରହିବେ । ଏହି କାର୍ୟ୍ୟକ୍ରମରେ ବିଜେଡି ଓ ବିଜେପିର ଦୁର୍ନିତୀ, ନିର୍ବାଚନ ସମୟରେ ଅର୍ଥ ଓ ବାହୁବଳର ପ୍ରତିହତ ପାଇଁ ନେତା ଓ କର୍ମୀଙ୍କୁ ଉପଦେଶ ଦେବେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ । ଆଗାମୀ ଦିନରେ ଭାରତ ଯୋଡ ନ୍ୟାୟ ଯାତ୍ରାରେ ଓଡିଶା ଦେଇ ଯିବେ ସାଂସଦ ରାହୁଲ ଗାନ୍ଧୀ ।

Related Articles

Leave a Reply

Your email address will not be published.

Back to top button