ଭୁବନେଶ୍ୱର ଷ୍ଟେସନରୁ ୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା।  ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି ।  ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ବୃଦ୍ଧି ପାଉଛି । ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି ।  ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା ଭୁବନେଶ୍ୱର ରେଳ ଷ୍ଟେସନରୁ ପ୍ରଥମ ଥର ପାଇଁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି । ଷ୍ଟେସନରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ପରେ ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।

ଏଥିସହ ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ତନାଘନା ଚାଲିଛି ।  ରେଳ ଷ୍ଟେସନରେ ପଜିଟିଭ ଚିହ୍ନଟ ପରେ ଟେଷ୍ଟିଂକୁ ତ୍ୱରାନ୍ୱିତ କରାଯାଇଛି । ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି । 

Related Articles

Leave a Reply

Your email address will not be published.

Back to top button