ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୧୫ ହଜାର ଟଙ୍କାକୁ ବୃଦ୍ଧି ହେଲା ଜନଜାତି ଛାତ୍ରୀ ନିବାସ ମାଟ୍ରନମାନଙ୍କ ପାରିଶ୍ରମିକ

ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନ ମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତି ନେଇଛନ୍ତି।ଏତଦ୍ ବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟ ବଶତଃ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ୍ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ। ସେହିପରି ୬୦ ବର୍ଷ ରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥି ପାଇଁ ରାଜ୍ୟସରକାର ସରକାରଙ୍କର ବାର୍ଷିକ ୧୫ କୋଟିରୁ ଉର୍ଦ୍ଧ ଖର୍ଚ୍ଚ କରିବେ।

Related Articles

Leave a Reply

Your email address will not be published.

Back to top button