ରାଜ୍ୟରେ ୩୪ ନୂଆ ଏନଏସି ଗଠନ ନିଷ୍ପତ୍ତି

ଭୁବନେଶ୍ୱର: ଶନିବାର ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟରେ ଆଉ ୩୪ଟି ବିଜ୍ଞପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ଏଥିସହ ୫ଟି ଏନଏସିକୁ ମ୍ୟୁନିସିପାଲିଟିଭାବେ ମଧ୍ୟ ଉନ୍ନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ 4ଟି ଜିଲାର 5ଟି ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ବୌଦ୍ଧ, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର ଓ ଆସ୍କା ଏନଏସିକୁ ମୁ୍ୟନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ହୋଇଛି ।ଅନ୍ୟପକ୍ଷରେ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା   ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ। ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

Related Articles

Leave a Reply

Your email address will not be published.

Back to top button