ଆଖି ବୁଜିଲେ ଆଉ ୨, ବାଣ ବିସ୍ଫୋରଣ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ବର:ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢୁଛି ମୃତ୍ୟୁସଂଖ୍ୟା। ଆଜି ଆଖି ବୁଜିଲେ ଆଉ ଜଣେ ଆହତ। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ବିଭିନ୍ନ ହସ୍ପିଟାଲରେ ଏବେବି ୨୨ ଜଣ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ଭିତରୁ କିଛି ଗୁରୁତର ରହିଛନ୍ତି। ଗତକାଲି ସକାଳେ ବାଣ ବିସ୍ଫୋରଣ ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ବେସରକାରୀ ହସପିଟାଲରେ ଚିକିତ୍ସିତ ହେଉଥିବା ଖଣ୍ଡିଆବନ୍ଧର ହେମନ୍ତ ସାହୁଙ୍କର ମୃତ୍ୟୁ ଘଟିଥିଲା। ସେହିପରି ପରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା।  ମେ’ ୨୯ ତାରିଖ ଦିନ ପୁରୀରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଥିଲା ଏହି ଅଘଟଣ। ଠାକୁରଙ୍କ ଚନ୍ଦନ ଯାତ୍ରା ଚାଲିଥିବା ବେଳେ ଲୋକେ ପରମ୍ପରା ଅନୁଯାୟୀ ବାଣ ଫୁଟାଇ ଥିଲେ। ତେବେ ବାଣ ଫୁଟାଇଲା ବେଳେ ଏକ ବାଣ ଗଦାରେ ନିଆଁ ପଡ଼ି ଯିବାରୁ ସେଥିରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ତେବେ ବାଣ ଫୁଟାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କାହାକୁ ଅନୁମତି ଦିଆଯାଇ ନଥିଲା ବୋଲି କୁହାଯାଉଛି।

Related Articles

Leave a Reply

Your email address will not be published. Required fields are marked *

Back to top button