କଟକ, ଭୁବନେଶ୍ୱରରେ ୧୪୪ ଧାରା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଠାରୁ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଆରମ୍ଭ ହେବ । କରୋନା ସଂକ୍ରମଣର ଶୃଙ୍ଖଳକୁ ଭାଙ୍ଗିବା ପାଇଁ ଏହି କର୍ଫ୍ୟୁ  ଆରମ୍ଭ ହେବ । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା  ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ ଓ ଭୁବନେଶ୍ୱରରେ ୧୪୪ ଜାରି କରାଯାଇଛି ।  ରାତି ୯ଟାରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି କରାଯାଇଛି । ୧୪୪ ଧାରା ଜାରି ନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।

୧୪୪ ଧାରା ଲାଗୁ ହୋଇଥିବାରୁ ବାହାରେ ବୁଲିବାକୁ କଡ଼ା ବାରଣ କରାଯାଇଛି ।   ଅତ୍ୟାବଶ୍ୟକ ସେବା ଯୋଗାଣକାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ବାହାରକୁ ବାହାରିବା ପାଇଁ ମନା କରାଯାଇଛି । ଏହାର ଉଲ୍ଲଂଘନ କଲେ ଅମାନିଆଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।  ପ୍ରକାଶ ଯେ, ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଠାରୁ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଆରମ୍ଭ ହେବ ।

Related Articles

Leave a Reply

Your email address will not be published.

Back to top button