ଗୀତ ଗାଉଗାଉ ଟଳି ପଡ଼ିଲେ ଅତିରିକ୍ତ ଜିଲ୍ଲାପାଳ

ଭୁବନେଶ୍ବର: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିରେନ୍ଦ୍ର କୁମାର ଦାଶଙ୍କ ହୃଦଘାତରେ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି।  ନିର୍ବାଚନ ପ୍ରକ୍ରିୟା ସୁରୁଖୁରୁରେ ସମାପନକୁ ନେଇ ଗତକାଲି ସନ୍ଧ୍ୟାରେ ପାରଳାଖେମୁଣ୍ଡି ବୃନ୍ଦାବନ ପ୍ୟାଲେସ ପରିସରରେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କର ଏକ ବନ୍ଧୁ ମିଳନ କାର୍ୟ୍ୟକ୍ରମ ଆୟୋଜିତ ହୋଇଥିଲା। ସେଠାରେ ଯୋଗଦେଇ ମଞ୍ଚରେ ଜଗନ୍ନାଥଙ୍କ ଏକ ଭଜନ ଗାଇବାକୁ ପ୍ରସ୍ତୁତ ହେବା ସମୟରେ ହୃଦଘାତର ଶୀକାର ହୋଇଥିଲେ। ତୁରନ୍ତ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ଦେହାନ୍ତ ହୋଇଥିଲା।ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲ ରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Related Articles

Leave a Reply

Your email address will not be published.

Back to top button