ସୃଷ୍ଟିହେଲା ଲଘୁଚାପ

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ହେଉଥିବା ଜଣାଯାଇଛି । ଲଘୁଚାପ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି ।

Related Articles

Leave a Reply

Your email address will not be published.

Back to top button