ଶପଥ ନେଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ: ନବନିଯୁକ୍ତ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଆଜି ଶପଥ ଗ୍ରହଣ କରିଛନ୍ତି ।  ସୁପ୍ରିମକୋର୍ଟର ୪୮ ତମ ମୁଖ୍ୟ ବିଚାରପତିଭାବେ ଶନିବାର ଜଷ୍ଟିସ ଏନ.ଭି ରମଣା ଶପଥ ଗ୍ରହଣ କରିଛନ୍ତି ।  ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ଏନ.ଭି ରମଣା ୨୦୨୨ ଅଗଷ୍ଟ ୨୨ ତାରିଖ ଯାଏଁ ଦାୟତ୍ୱରେ ରହିବେ ବୋଲି ଜଣାଯାଇଛି ।  ସୂଚନାଯୋଗ୍ୟ, ଜଷ୍ଟିସ୍ ଏନ ଭି ରମଣା ୧୯୫୭ ମସିହା ଅଗଷ୍ଟ ୨୭ ତାରିଖରେ ଆନ୍ଧ୍ରପଦେଶର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ଛାତ୍ର ଜୀବନରେ ଶିଳ୍ପ ଓ କୃଷିପ୍ରତି ଆଗ୍ରହ ପ୍ରକାଶ କରୁଥିବା ବେଳେ ଶିକ୍ଷାପରେ ସେ ଜଣେ ସାମ୍ବାଦିକ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ । ସେ ଏକ ତେଲୁଗୁ ଖବର କାଗଜରେ ସାମ୍ବାଦିକତା କରୁଥିଲେ । ଏହାପରେ ସେ ଓକିଲାତି ପଢି ପ୍ରଥମେ ୧୯୮୩ ମସିହା ଏପ୍ରିଲ ୧୦ ତାରିଖରେ ଆନ୍ଧ୍ର ହାଇକୋର୍ଟରେ ପ୍ରାକ୍ଟିସ୍ ଆରମ୍ଭ କରିଥିଲେ । ଏହାପରେ ସେ ୨୦୦୦ ମସିହା ଜୁନ ୨୭ ତାରିଖରେ ଆନ୍ଧ୍ର ହାଇକୋର୍ଟରେ ସ୍ଥାୟୀ ଜଜ୍ ଭାବେ ନିଯୁକ୍ତ ହୋଇଥିଲେ । ଏହାପରେ ଦିଲ୍ଲୀ ହାଇକୋର୍ଟ ଓ ୨୦୧୪ ମସିହା ଫେବୃଆରୀ ୧୭ ତାରିଖରେ ସୁପ୍ରିମକୋର୍ଟର ଜଜ୍ ଭାବେ ନିଯୁକ୍ତ ହୋଇଥିଲେ ।

Related Articles

Leave a Reply

Your email address will not be published.

Back to top button