ଓଡ଼ିଶାରେ ସୁନାଖଣି

ଭୁବନେଶ୍ୱର: ଓଡ଼ିଶାରେ ରହିଛି ସୁନା ଖଣି । ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା ଖଣି ମନ୍ତ୍ରୀ ସୂଚନା ଦେଇଛନ୍ତି । ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା । ଦେବଗଡ଼ ଜିଲ୍ଲା ଆଡାସ-ରାମପଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଥିବା ମନ୍ତ୍ରୀ ଶ୍ରୀ ଜେନା ସୂଚନା ଦେଇଛନ୍ତି । ଜିଏସଆଇ ଦ୍ୱାରା ତମ୍ବାପଥର ଅନ୍ୱେଷଣ ବେଳେ ସୁନାର ସନ୍ଧାନ ମିଳିଛି । ଉକ୍ତ ଅଞ୍ଚଳରେ ସୁନା ଗଚ୍ଛିତ ଥିବା ଭୂତାତ୍ତ୍ୱିକ ଆକଳନରୁ ଜଣାପଡ଼ିଛି । ଏବେ ଉକ୍ତ ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଥିବା ଖଣି ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button