କାଲିଠାରୁ ଉଚ୍ଚଶିକ୍ଷାନୁଷ୍ଠାନର ଗ୍ରୀଷ୍ମଛୁଟି

ଭୁବନେଶ୍ୱର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା ଆସନ୍ତାକାଲି ୫ ତାରିଖ ଠାରୁ ଉଚ୍ଚଶିକ୍ଷାନୁଷ୍ଠାନର ଖରା ଛୁଟି ଘୋଷଣା କରାଯାଇଛି ।

ମେ ୫ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଖରା ଛୁଟି ଘୋଷଣା କରାଯାଇଛି ।  ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସବୁ ଶିକ୍ଷାନୁଷ୍ଠାନରେ ଛୁଟି ଘୋଷଣା କରାଯାଇଛି ।  ଏନେଇ ରାଜ୍ୟର ସବୁ  ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି କରାଯାଇଛି । ସ୍ପଷ୍ଟ ନୁ୍ୟଜ  ସବୁ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ପ୍ରିନ୍ସପାଲଙ୍କୁ ଚିଠି କରାଯାଇଛି ।  ଖରା ଛୁଟି ନେଇ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଚିଠି କରିଛନ୍ତି ।

Related Articles

Leave a Reply

Your email address will not be published.

Back to top button