ଦୁର୍ଗାପୂଜାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି

ଭୁବନେଶର: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ  ଭାଜପା  ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼   କରିବାକୁ  ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ମହାଷ୍ଟମୀ ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ମେଢ ବୁଲିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ରାଜଧାନୀରେ ପ୍ରାୟ ୧୦ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଭାଗୀୟ ମନ୍ତ୍ରୀ ମଧ୍ୟ ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି।

Related Articles

Leave a Reply

Your email address will not be published.

Back to top button