ବାଲିଯାତ୍ରା:ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ପର୍ୟ୍ୟନ୍ତ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ । ୧୦ଟି ଟିମ୍ ପଞ୍ଜୀକରଣ ପାଇଁ ନିୟୋଜିତ ହୋଇଛନ୍ତି । ଚଳିତବର୍ଷ ୧୧ ଶହ ପ୍ଲଟ୍ ନିଲାମ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହୋଇଛି । ଜମି ପଞ୍ଜିକରଣ ଓ ନିଲାମ ଶାନ୍ତି ଶୃଙ୍ଖଳାରେ ଶେଷ ହେବା ନେଇ କଟକ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଦିଗ ପ୍ରତି ଧ୍ୟାନ ଦିଆଯାଇଛି ବୋଲି ଜିଲ୍ଲା ସଂସ୍କୃତି ଅଧିକାରୀ କହିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ୯୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜୀକରଣ କରିଥିଲେ ।

Related Articles

Leave a Reply

Your email address will not be published.

Back to top button