ଆଗକୁ କାଳବୈଶାଖୀ ବର୍ଷା

ଭୁବନେଶ୍ବର : କାଳବୈଶାଖୀ ଜନିତ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୩ ଦିନ ପାଇଁ ବିଭିନ୍ନ ଜିଲ୍ଲା‌କୁ ୟେଲୋ-ୱାର୍ଣ୍ଣିଂ ଜାରି କରିଛି। ଅପରପକ୍ଷେ କୌଣସି ଅଘଟଣ ପାଇଁ ସତର୍କ ରହିବା ଓ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନ୍‌ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। କେନ୍ଦ୍ରର ସୂଚନା ମୁତାବକ, ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ସମ୍ବଲପୁର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ କେନ୍ଦ୍ର ଏହି ୧୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୮ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ସମ୍ବଲପୁର, ବୌଦ୍ଧ, କନ୍ଧମ‌ାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୯ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ଏବଂ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏ ସବୁ ଜିଲ୍ଲାରେ ସତର୍କ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button