ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହାର ବାତ୍ୟାର ରୂପ ନେବ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋପ୍ରେସରଟି ଆଜି ଡିପ୍ରେସନରେ ପରିଣତ ହୋଇଛି। ଏହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଅବପାତଟି ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ୱୀପରୁ ୭୭୯ କିଲୋମିଟର ଦୂରରେ ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ।ଆସନ୍ତାକାଲି ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ଏହାପରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ପରେ ଏହା ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button