ବାତ୍ୟା ପାଇଁ ସ୍ୱାସ୍ଥ୍ୟବିଭାଗ ପ୍ରସ୍ତୁତ: ମନ୍ତ୍ରୀ

ଭୁବନେଶ୍ୱର:ବାତ୍ୟା ପାଇଁ ସ୍ୱାସ୍ଥ୍ୟବିଭାଗ ପ୍ରସ୍ତୁତ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।  ବାତ୍ୟା ମୁକାବିଲା ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ  ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ଆଶୁ ଚିକିତ୍ସା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାପ କାମୁଡ଼ା ଇଞ୍ଜେକ୍ସନ ସହ ସମସ୍ତ ସେବା ପାଇଁ ଆଲର୍ଟ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି । ଜରୁରୀ ପରିସ୍ଥିତିରେ ଲୋକଙ୍କ ପାଖରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମନିଟରିଂ କରୁଛନ୍ତି । ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସୂଚନା ଦେଇଛନ୍ତି ।  ପ୍ରକାଶ ଯେ  ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published.

Back to top button